ଏସବୁ ଜିଲ୍ଲାରେ ବଜ୍ରପାତ ଓ କୁଆପଥର ବର୍ଷା ଆଶଙ୍କା

0

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏହି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସୋମବାର ପାଣିପାଗ ବିଜ୍ଞାନ କେନ୍ଦ୍ର ଦେଇଥିବା ସୂଚନା ଅନୁଯାୟୀ ଆଜି ଅପରାହ୍ନରୁ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ଓ କେନ୍ଦୁଝର ଆଦି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ହେବ। ଏଥିସହ ବିଜୁଳି-ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ଏସବୁ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବା କୁହାଯାଇଛି।

Leave A Reply

Your email address will not be published.