ଏସବୁ ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର : ରାଜ୍ୟର ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରବିବାର ପାଣିପାଗ ବିଜ୍ଞାନ କେନ୍ଦ୍ର କରିଥିବା ପୂର୍ବନୁମାନ ଅନୁଯାୟୀ ଆଜି ଅପରାହ୍ନରୁ ଆସନ୍ତାକାଲି ୧ଟା ୩୦ଘଣ୍ଟା ସକାଳ ୮ଟା ୩୦ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡା ଆଦି ୧୬ଟି ଜିଲ୍ଲାରେ ହେବ କାଳବୈଶାଖୀ। ଏହାର ପ୍ରଭାବରେ ଅନେକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଘଡଘଡି ଓ ବଜ୍ରପାତ ଆଶଙ୍କା ଥିବାରୁ ଏହି ସମୟରେ ଘରୁ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ସେହିପରି ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ନୂଆପଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ରାୟଗଡା, ମାଲକାନଗିରି, କୋରାପୁଟ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ଓ ବଜ୍ରପାତର ସମ୍ଭାବନା ଅଧିକ ରହିଛ। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏହାଛଡା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ, ୨୩ ଯାଏ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button