ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଥିବା ବେଳେ ସମ୍ଭାବ୍ୟ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଭଦ୍ରକ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼। ଏହାଛଡା ୨୦ରୁ ୨୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button