ଫେବ୍ରୁଆରୀ ୧୬ରୁ ଯୁକ୍ତ-୨ ପରୀକ୍ଷା
ଭୁବନେଶ୍ଵର : ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ ତାରିଖରୁ ଯୁକ୍ତ -୨ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨୦ ଯାଏଁ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।
ଖବର ଅନୁଯାୟୀ ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ। ୧୭ ତାରିଖରୁ ବାଣିଜ୍ୟ ଓ କଳା ପରୀକ୍ଷା। ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ୨୦ ତାରିଖ ଯାଏ ଚାଲିବ ବୋଲି ସୂଚନା ଦିଆଯାଇଛି।