ବହୁ ପ୍ରତୀକ୍ଷିତ ସିନେମା ‘ଆଦିପୁରୁଷ’ ରିଲିଜ୍

ମୁମ୍ବାଇ : ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଆଦିପୁରୁଷ’ ସାରା ଦେଶରେ ହିନ୍ଦୀ, ତେଲୁଗୁ, ତାମିଲ ସମେତ ୫ଟି ଭାଷାରେ ରିଲିଜ୍ ହୋଇଛି। ରିଲିଜ୍ ପୂର୍ବରୁ ରେକର୍ଡ ପରେ ରେକର୍ଡ କରି ଚାଲିଛି ଏହି ସିନେମା। ୬୦୦ କୋଟିରୁ ଅଧିକ ଟଙ୍କାରେ ନିର୍ମାଣ ରାମାୟଣକୁ ବଡ ପରଦାରେ ମିଳିଛି ସଫଳତା।

ଖବର ଅନୁଯାୟୀ ପ୍ରଥମ ଦିନ ପାଇଁ ପାଖାପାଖି ୭ ଲକ୍ଷରୁ ଅଧିକ ମଲ୍ଟି ଫ୍ଲେକ୍ସ ଓ ଅଢ଼େଇ ଲକ୍ଷରୁ ଅଧିକ ସିଙ୍ଗେଲ ସ୍କ୍ରିନ୍‌ର ଟିକେଟ୍ ଆଡଭାନ୍ସ ବୁକିଂ ହୋଇଛି। ଦିଲ୍ଲୀ, ମୁମ୍ବାଇ ସମେତ ଆନ୍ଧ୍ର ଓ ଦକ୍ଷିଣ ଭାରତର ଏକାଧିକ ହଲ୍‌ରେ ବ୍ୟାକ୍ ଟୁ ବ୍ୟାକ୍ ହାଉସଫୁଲ୍ ଶୋ’ ଚାଲିଛି। ପ୍ରଥମ ଥର ରାମାୟଣକୁ ବଡ଼ ଆକାରରେ ସିଲଭର୍ ସ୍କ୍ରିନରେ ରିଲିଜ୍ କରାଯାଇଛିା ଆକ୍ସନ ଷ୍ଟାର ପ୍ରଭାସଙ୍କୁ ପ୍ରଭୁ ଶ୍ରୀରାମଙ୍କ ଚରିତ୍ରରେ ଦେଖି ବେଶ୍ ଉତ୍ସାହିତ ହୋଇଛନ୍ତି ଫ୍ୟାନ୍ସ। କୀର୍ତ୍ତି ସେନନ୍‌ଙ୍କୁ ମା’ ସୀତା, ସନ୍ନି ସିଂଙ୍କୁ ଲକ୍ଷ୍ମଣ ଓ ରାବଣ ଭୂମିକାରେ ସୈଫ୍ ଅଲ୍ଲୀ ଖାନଙ୍କ ଅଭିନୟ ସମସ୍ତଙ୍କୁ ପ୍ରଭାବିତ କରିଛି।

Leave a Reply

Your email address will not be published. Required fields are marked *

Back to top button