ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ନାଁରେ ଦୁଷ୍କର୍ମ ମାମଲା

ମୁମ୍ବାଇ : ବଲିଉଡ ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପଙ୍କ ନାମରେ ଦୁଷ୍କର୍ମ ମାମଲା ରୁଜୁ ହୋଇଛି। ପୂର୍ବରୁ ତାଙ୍କ ନାମରେ ଅସଦାଚରଣ ଅଭ‌ିଯୋଗ ଆଣିଥିଲେ। ଏବେ ତାଙ୍କୁ ଭୁଲ୍‌ ଭାବେ ଅଟକ ରଖିବା, ଷଡ଼ଯନ୍ତ୍ର କରିବା ଓ ଉଦ୍ଦେଶ୍ୟମୂଳକ ଭାବେ ଅପମାନିତ କରିବା ଅଭିଯୋଗରେ ମାମଲା ରୁଜୁ କରିଛନ୍ତି।
ଅଭିନେତ୍ରୀଙ୍କ ଓକିଲ ଗଣମାଧ୍ୟମକୁ ସୂଚନା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଆଇପିସିର ଧାରା ୩୭୬, ୩୫୪, ୩୪୧,୩୪୨ ଅଧୀନରେ ନିର୍ମାତାଙ୍କ ନାମରେ ଅଭିଯୋଗ ହୋଇଛି। ଆଇପିସିର ଧାରା ଅନୁଯାୟୀ ମାମଲା ରୁଜୁ ହେବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଉଛି।

ମତାମତ ଦିଅନ୍ତୁ ।