ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ତତ୍କାଳୀନ ଥାନା ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର : ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ତତ୍କାଳୀନ ଥାନା ଅଧିକାରୀ ତପନ କୁମାର ନାହାକଙ୍କୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବିତ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ସହିତ ଥାନା ପୋଡ଼ି ବେଳେ ଥାନା ଛାଡ଼ି ଚାଲିଯାଇଥିବାରୁ ଏହି କାର୍ଯ୍ୟ।ନୁଷ୍ଠାନ ହୋଇଥିବା ଜଣାପଡିଛି।

ଖବର ଅନୁଯାୟୀ ଗତ ୫ ତାରିଖ ଫିରିଙ୍ଗିଆ ଥାନାପୋଡ଼ି ଘଟଣା ପରେ ତାଙ୍କୁ କନ୍ଧମାଳ ଏସପି ଫୁଲବାଣୀ ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କରିଥିଲେ। ନିଲମ୍ବିତ ଆଇଆଇସି ଗଞ୍ଜେଇ କାରବାରରେ ସମ୍ପୃକ୍ତ ଥିବା ନେଇ ପୂର୍ବରୁ ଅଭିଯୋଗ ହେଇଆସୁଥିଲା। ଅଗଷ୍ଟ ୫ ପୂର୍ବାହ୍ନରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକ ଫିରିଙ୍ଗିଆ ଥାନାଧିକାରୀ ତପନ କୁମାର ନାହାକ ଓ ‌ତାଙ୍କ ନିର୍ଦ୍ଦେଶରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇଜଣ ହୋମ୍‌ଗାର୍ଡ଼ଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଲୋକେ ଫିରିଙ୍ଗିଆ ବ୍ଲକ୍ କାର୍ଯ୍ୟାଳୟ ନିକଟରେ ଫୁଲବାଣୀ-ବାଲିଗୁଡ଼ା ମୁଖ୍ୟରାସ୍ତାକୁ ଦୀର୍ଘ ସମୟ ଧରି ଅବରୋଧ କରିଥିଲେ। ପରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ‌ହୋଇଥିଲା।

Leave a Reply

Your email address will not be published. Required fields are marked *

Back to top button