ଯାଜପୁରରୋଡ : ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ

ଯାଜପୁର : ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ଆଜି ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଅଘଟଣ। ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି। ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତାହତଙ୍କ ପରିଚୟ ମିଳିପାରି ନାହିଁ।

ଖବର ଅନୁଯାୟୀ ବୁଧବାର ଅପରାହ୍ନ ୫ଟା ବେଳେ ଯାଜପୁରରୋଡ ଅଞ୍ଚଳରେ କାଳବୈଶାଖୀ ବର୍ଷା ହୋଇଥିଲା। ବର୍ଷାରୁ ବର୍ତ୍ତିବା ପାଇଁ ଶ୍ରମିକମାନେ ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେସନର ସାଈମନ୍ଦିର ରେଳଫାଟକ ନିକଟରେ ଅଟକିଥିବା ଏକ ମାଲଗାଡ଼ି ତଳେ ଆଶ୍ରୟ ନେଇଥିଲେ। କିନ୍ତୁ ଠିଆ ହୋଇଥିବା ଟ୍ରେନ୍‌ଟି ଅଳ୍ପ ସମୟ ପରେ ଆଗକୁ ବଢ଼ିଥିଲା। ଫଳରେ ଟ୍ରେନ୍‌ରେ କଟି ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ୫ ଜଣ ଆହତଙ୍କୁ ଉଦ୍ଧାର କରାଯାଇ ଯାଜପୁରରୋଡ ଡାକ୍ତରଖାନାକୁ ନିଆଯାଇଥିଲେ ହେଁ ସେଠାରେ ଡାକ୍ତର ୩ଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଗୁରୁତରଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button