ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ଵର : ଚଳିତ ଶିକ୍ଷା ବର୍ଷରୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ପରିଧାନ ଯୋଜନାରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେୟୁନିଫର୍ମ ପ୍ରଦାନ କରାଯିବ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏହି ଯୋଜନାରେ ସାମିଲ ହେବେ।

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ ୟୁନିଫର୍ମଦିଆଯାଉଥିଲା। ଏବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଏଥିରୁ ବଞ୍ଚିତ ହେଉଥିଲେ। ସେଥିପାଇଁ ରାଜ୍ୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ଏପରି ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button