ଘରେ ଲଗାଇଦେଲେ ଦୁର୍ବୃତ୍ତ

କେନ୍ଦ୍ରାପଡ଼ା : ପୂର୍ବ ଶତ୍ରୁତାକୁ ନେଇ ଘରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ। ଏହି ଏପରି ଅଭାବନୀୟ ଘଟଣା ଗତକାଲି ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ଥାନା ଗିରଙ୍ଗ ଗାଁରେ ଘଟିଛି। ଏହି ଅଗ୍ନିକାଣ୍ଡରେ ୨୦ ଦିନର ଶିଶୁ ସମେତ ପରିବାରର ୫ ଗୁରୁତର ହୋଇଥିବା ଜଣାପଡିଛି।

ଖବର ଅନୁଯାୟୀ ଗତକାଲି ରାତିରେ ଗିରଙ୍ଗ ଗାଁର ଗୋଟିଏ ପରିବାରର ଘରେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ଘରେ ତାଲା ପକାଇ ଦେଇ ନିଆଁ ଲଗାଇ ଦେଇଥିଲେ। ନିଆଁ ଲାଗିଥିବା ଜାଣିପାରି ପରିବାର ଲୋକେ ବାହାରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଏହାପରେ ଚିତ୍କାର କରିବାରୁ ଗ୍ରାମବାସୀ ସେଠାରେ ପହଞ୍ଚି ପରିବାର ଲୋକଙ୍କୁ ଉଦ୍ଧାର କରିଥିଲେ। ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି।

ମତାମତ ଦିଅନ୍ତୁ ।