ଘରୋଇ ସ୍କୁଲ ଫି’ ବୃଦ୍ଧି : ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଲେ ହାଇକୋର୍ଟ

କଟକ : ଘରୋଇ ସ୍କୁଲ ଫି ବୃଦ୍ଧି ମାମଲାର ଆଜି ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟ ଗଣଶିକ୍ଷା ବିଭାଗର ସ୍ପଷ୍ଟ ମତ ଲୋଡିଥିବା ବେଳେ କେତେ ପ୍ରତିଶତ ଫି’ କମାଯାଇପାରିବ ସେନେଇ ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାର ଏଥିପାଇଁ ଏକ ସପ୍ତାହର ମହଲତ ନେଇଛନ୍ତି। ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ କରୋନା ପାଇଁ ଘରୋଇ ବିଦ୍ୟାଳୟ ଗୁଡିକ ଫି ଛାଡ଼ କରିବାକୁ ଓଡିଶା ଅବିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଛି। ୭ଟି ସ୍ଲାବରେ ଫି’ ହ୍ରାସ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ପ୍ରସ୍ତାବ ରଖିଥିଲେ। ହାଇକୋର୍ଟ ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି କରି ଅପୋଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଯଦି କୌଣସି ନିର୍ଯାସ୍ ନବାହାରେ ତେବେ କୋର୍ଟ ନିଷ୍ପତ୍ତି ନେବେ ବୋଲି କହିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ, ସ୍କୁଲ କର୍ତ୍ତୃପକ୍ଷ, ଅବିଭାବକ ମହାସଂଘ, ଶିକ୍ଷକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇଥିଲା।

ମତାମତ ଦିଅନ୍ତୁ ।