ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାର ବୀମା ରାଶିର ପରିମାଣ ୫ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କରେ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକୃତ ହେବେ।

ସୂଚନାଯୋଗ୍ୟ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Leave a Reply

Your email address will not be published. Required fields are marked *

Back to top button