ଗୁରୁବାର ପର୍ଯ୍ୟନ୍ତ ବର୍ଷା ଓ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମଙ୍ଗଳବାର ପାଣିପାଗ ବିଭାଗ ଦେଇଥିବା ସୂଚନା ଅନୁଯାୟୀ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ କୋରାପୁଟ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛ।

  ପୂର୍ବରୁ ଟିକା ନେଇଥିଲେ କୋଭିଡ଼ ଟିକା ମନା

ଏହାଛଡା ଗୁରୁବାର ଅପରାହ୍ନ ସୁଦ୍ଧା ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରୁ ଆରମ୍ଭ କରି ଉପକୂଳ ଓଡ଼ିଶା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହୋଇପାରେ। ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।