ହାସ୍ୟ ଅଭିନେତା ଜିମୂତ ପଟ୍ଟନାୟକଙ୍କ ପରଲୋକ

କଟକ : ବରିଷ୍ଠ ହାସ୍ୟାଭିନେତା ଜିମୂତ ପଟ୍ଟନାୟକଙ୍କର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ସେ ନିମୋନିଆରେ ଆକ୍ରାନ୍ତ ହୋଇ ପ୍ରାୟ ୧୦ ଦିନ ହେଲା ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ଶନିବାର ତାଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ଓ ୨ ଝିଅ ଉପସ୍ଥିତ ଥିଲେ।

ଜିମୂତ ପଟ୍ଟନାୟକ ନିକଟରେ ‘ମହାଦେବୀ’ ଧାରାବାହିକରେ ଅଭିନୟ କରୁଥିଲେ। ସେହିପରି ‘କଥା କହୁଥିଲେ ସରିବନି’, ‘ମା’, ‘ସିନ୍ଦୂର’, ‘ଲକ୍ଷ୍ମୀ ପୁରାଣ’ ଭଳି ଅନେକ ଧାରାବାହିକରେ ସେ ଚମତ୍କାର ଅଭିନୟ କରିଛନ୍ତି। ‘ଲକ୍ଷ୍ମୀପୁରାଣ’ରେ ନାରଦ ଚରିତ୍ରରେ ତାଙ୍କର ଜୀବନ୍ତ ଅଭିନୟ ଏବେ ମଧ୍ୟ ଲୋକଙ୍କ ହୃଦୟରେ ରହିଛି। ଏହାଛଡା ସେ ୧୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ସଫଳତା ହାସଲ କରିଥିଲେ। ତାଙ୍କ ପରଲୋକରେ ଓଲିଉଡ୍‌ରେ ଶୋକର ଛାୟା ଖେଳିଯାଇଛି।

ମତାମତ ଦିଅନ୍ତୁ ।