ଆହୁରି ୫ ଦିନ ଯାଏଁ ତାତି
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢି ଚାଲିଛି। ଏହି ପରିସ୍ଥିତି ଆହୁରି ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସୋମବାର ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ ଆର ବିଶ୍ୱାସ କହିଛନ୍ତି ଏବେ ଆଭ୍ୟନ୍ତରୀଣ ପଶ୍ଚିମ ସାଙ୍ଗକୁ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ଦୁଇଦିନ ଯାଏଁ ଏହି ପରିସ୍ଥିତି ରହିବ। ୧୪ ତାରିଖରେ କାଳବୈଶାଖୀ ସମ୍ଭାବନା ଥିବାରୁ ତାତି ସାମାନ୍ୟ କମିବ। କିନ୍ତୁ ଉତ୍ତର ଆଭ୍ୟନ୍ତରୀଣରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ସେ ସୂଚନା ଦେଇଛନ୍ତି।