୧୯ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ : ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ଵର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଓ ମୌସୁମୀ ନିମ୍ନ ଚାପ ରେଖା ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ତଳିଆ ଅଂଚଳରେ ବନ୍ୟା ପରିସ୍ଥିତି ଉପୁଜିବା ଆଶଙ୍କା ଥିବାରୁ କ୍ଷେତ୍ର ସରକାରୀ କର୍ମଚାରୀଙ୍କୁ ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଖବର ଆନଯାୟୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ। ୧୮ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃ୍ଷ୍ଟି ହେବବୋଲି ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ମୌସୁମୀର ସକ୍ରିୟତା ବୃଦ୍ଧି ଯୋଗୁଁ ରାଜ୍ୟର ଉପକୂଳ ସମେତ ପାର୍ଶ୍ଵବର୍ତ୍ତୀ ଅଂଚଳରେ ବର୍ଷା ଲାଗି ରହିଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ୧୧ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଦିଆଯାଇଛି। ଏହାଛଡା ୧୬ରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଅଂରେଜ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button