ଲଘୁଚାପର ପ୍ରଭାବ : ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ଓଡିଶା ପାର୍ଶ୍ୱବର୍ତ୍ତୀ ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଝାଡ଼ଖଣ୍ଡ ଅଞ୍ଚଳରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଖବର ଅନୁଯାୟୀ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରର ସତର୍କ ସୂଚନା ଅନୁସାରେ ରବିବାର ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଅର୍ଥାତ୍‌ ୧୭ ତାରିଖ ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ୮ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ସେହିପରି ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ରେ କୁହାଯାଇଛି।

ପଶ୍ଚିମ ଓଡ଼ିଶାର ୮ଟି ଜିଲ୍ଲା ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗୀର ଓ ନୂଆପଡ଼ା। ଏସବୁ ଜିଲ୍ଲାକୁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୧ଟି ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବାଙ୍ଗପୁର, କୋରାପୁଟ ଓ ମାଲକାନଗିରି। ଏହି ଜିଲ୍ଲା ଗୁଡିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *

Back to top button