ପ୍ରବଳ ବର୍ଷିବ : ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ଜୁଲାଇ ୨୪ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ସୃଷ୍ଟି ହେବା ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ସୋମବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରବିବାର ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏ ସମସ୍ତ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button