ପାଞ୍ଚଦିନ ପ୍ରବଳ ବର୍ଷିବ

ଭୁବନେଶ୍ଵର : ଆସନ୍ତାକାଲି ଠାରୁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଞ୍ଚଦିନ ଯାଏ ପ୍ରବଳ ବର୍ଷିବ। କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଶୁକ୍ରବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ର ସୂଚନା ଅନୁଯାୟୀ ୧୫ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼,ସମ୍ୱଲପୁର, ଝାରସୁଗୁଡ଼ା,ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୬ ତାରିଖରେ ବରଗଡ଼, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ୧୭ ତାରିଖରେ ୧୫ ଜିଲ୍ଲା, ୧୮ ତାରିଖରେ ୧୪ ଜିଲ୍ଲା ଓ ୧୯ ତାରିଖରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ୧୧ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Leave a Reply

Your email address will not be published. Required fields are marked *

Back to top button