ସୃଷ୍ଟି ହେଲା ଲଘୁଚାପ :୨୬ ରୁ ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଘୁର୍ଣ୍ଣିବଳୟ ପ୍ରଭାବରେ, କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବଂ ଏହାର ଅଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ଗଠନ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା ଅଧିକ ତିବ୍ର ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଓଡିଶା ଉପକୂଳ ଆଡକୁ ଗତି କରିବ।ଏହାର ପ୍ରଭାବରେ ସେପ୍ଟେମ୍ବର ୨୬, ୨୦୨୧ ରୁ ଓଡିଶାର ବିଭିନ୍ନ ସ୍ଥାନରେ ବୃଷ୍ଟିପାତ ବୃଦ୍ଧି ପାଇବ । ସେପ୍ଟେମ୍ବର ୨୮ ରେ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି । 

ଏହାର ପ୍ରଭାବରେ ୨୬ ତାରିଖ ପରଠାରୁ ତାରିଖ ମଧ୍ୟରେ କଟକ, ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର, ଜଗତସିଂହପୁର, ଯାଜପୁର, ନୟାଗଡା, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାରେ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *

Back to top button