ସକ୍ରିୟ ହେଲା ମୌସୁମୀ : ପ୍ରବଳ ବର୍ଷିବ

ଭୁବନେଶ୍ୱର : ରାଜସ୍ଥାନର ଗଙ୍ଗାନଗରରୁ ବାହାରିଥିବା ମୌସୁମୀ ନିମ୍ନ ଚାପ ରେଖା ଓଡ଼ିଶାର ବାଲେଶ୍ୱର ଦେଇ ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ସେହିପରି ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଏହାର ପ୍ରଭାବରେ ଦୁର୍ବଳ ମୌସୁମୀ ସ୍ୱାଭାବିକ ସ୍ଥିତିକୁ ଫେରିବ।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ବୁଧବାର ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button