୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ମଧ୍ୟରେ ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଭୁବନେଶ୍ଵର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନ୍ୟଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, କଟକ, ସମ୍ବଲପୁର, ଦେବଗଡ଼, ସୋନପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ।

ଅନ୍ୟପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ସୋନପୁର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ରହିଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

Leave a Reply

Your email address will not be published. Required fields are marked *

Back to top button