୨୪ ଘଣ୍ଟାରେ ଲଘୁଚାପ : ରାଜ୍ୟରେ ପ୍ରବଳ ବାର୍ଷିବ

ଭୁବନେଶ୍ଵର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଏହି ଲଘୁଚାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବାର୍ଷିବ। ଏଥିପାଇଁ ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପରବର୍ତ୍ତୀ ଦୁଇଦିନ ଅର୍ଥାତ ୨୭ ଓ ୨୮ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱା ଓ୍ବାର୍ଣ୍ଣି ଜାରି କରାଯାଇଥିବା ଭାରତୀୟ ପାଣିପାଗ ବିଭାଗ କହିଛି।

Leave a Reply

Your email address will not be published. Required fields are marked *

Back to top button