ଇନୋଭାକୁ ଧକ୍କାଦେଲା ବସ୍‌, ୨ ମୃତ

ବୌଦ୍ଧ : କିଆକଟା ଛକରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ଖବର ଅନୁଯାୟୀ ରବିବାର ରାତିରେ ହୀରାକୁଦରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଯାତ୍ରିବାହୀ ବସ୍‌ କିଆକଟା ଛକରେ ଛିଡ଼ା ହୋଇଥିବା ଏକ ଇନୋଭାକୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇ ବୌଦ୍ଧ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଖ‍ବର ପାଇ ଅଗ୍ନିଶମ କର୍ମଚାରୀ ଓ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ବସ୍‌ରୁ ଆହତମାନଙ୍କୁ ଉଦ୍ଧାର କରିଥିଲେ।

ମତାମତ ଦିଅନ୍ତୁ ।