ଜାମିନ ପାଇଁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ

କଟକ : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅକ୍ଟୋବର ୮ରେ ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଜାମିନ ଖାରଜ ହେବା ପରେ ଏହି ନିର୍ଦ୍ଦେଶ ବିରୋଧରେ ଶ୍ରୀ ଜଗଦ୍ଦେବ ହାଇକୋର୍ଟରେ ଆବେଦନ କରିଛନ୍ତି।

ଉଲ୍ଲେଖଯୋଗ୍ୟ ବିଜେପି ବାଲୁଗାଁ ମଣ୍ଡଳ ସଭାପତି ଓ ତାଙ୍କ ସମର୍ଥକଙ୍କୁ ଗାଳି ଗୁଲଜ କରିବା ସହ ଆକ୍ରମଣ ଅଭିଯୋଗରେ ଚିଲିକା ବିଧାୟକ ଶ୍ରୀ ଜଗଦ୍ଦେବଙ୍କ ବିରୋଧରେ ବାଲୁଗାଁ ଥାନାରେ ଏତଲା ରୁଜୁ ହୋଇଥିଲା। ଗିରଫଦାରୀ ଏଡ଼ାଇବା ପାଇଁ ସେ ହାଇକୋର୍ଟରେ କରିଥିବା ଆଗୁଆ ଜାମିନ ଆବେଦନ ଅକ୍ଟୋବର ୫ରେ ଅଗ୍ରାହ୍ୟ ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶ୍ରୀ ଜଗଦ୍ଦେବ ଗତ ୮ ତାରିଖ ଦିନ ଖୋର୍ଦ୍ଧା ଅତିରିକ୍ତ ଦୌରା ଜଜ୍ ଅଦାଲତରେ ଆତ୍ମସମର୍ପଣ କରି ଜାମିନ ପାଇଁ ଆବେଦନ କରିଥିଲେ। କିନ୍ତୁ କୋର୍ଟ ଜାମିନ ଆବେଦନ ଖାରଜ କରିବା ସହିତ ଶ୍ରୀ ଜଗଦ୍ଦେବଙ୍କୁ ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ପରବର୍ତ୍ତୀ ସମୟରେ ଶ୍ରୀ ଜଗଦ୍ଦେବଙ୍କୁ ଅସୁସ୍ଥତା ଯୋଗୁଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Leave a Reply

Your email address will not be published. Required fields are marked *

Back to top button