ଖାଇକୁ ଖସିଲା ଯାତ୍ରୀବାହୀ ବସ୍ : ୩୦ ମୃତ

ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରରେ ସଡ଼କ ଦୁର୍ଘଟଣା। ଯାତ୍ରୀବାହୀ ବସ୍ ଅଢେଇଶ ମିଟର ତଳକୁ ଖସିପଡିବାରୁ ପ୍ରାୟ ୩୦ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଆହତ ହୋଇଥିବା ବେଳେ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ଖବର ଅନୁଯାୟୀ ବୁଧବାର କିଶତୱାଡରୁ ଜମ୍ମୁ ଅଭିମୁଖେ ଯାଉଥିବା ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବସ୍ଟି ଡୋଡା ଜିଲ୍ଲାର ଡୁଙ୍ଗଲ ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ଖାଇକୁ ଖସି ପଡ଼ିଥିଲା। ଖବର ପାଇ ପୋଲିସ୍ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଦୁର୍ଘଟଣାସ୍ଥଳରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ଉଦ୍ଧାର କରାଯାଇ ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।