ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ।

ଶନିବାର ନବୀନଙ୍କ ଜନ୍ମଦିନ। ୧୯୪୬ରେ ଜନ୍ମିତ ନବୀନ ଆସନ୍ତାକାଲି ୭୬ ବର୍ଷରେ ପାଦ ଦେବେ। କିନ୍ତୁ ଜନ୍ମଦିନ ନ ପାଳିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡିଶାବାସୀଙ୍କ ଭଲ ପାଇବା, ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ। କୋଭିଡ୍ ଯୋଗୁଁ ଗତ ଦେଢବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ। ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଓ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button