କାଳବୈଶାଖୀ ଘୂର୍ଣ୍ଣିଝଡ଼ : ୨୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଦିଆଯାଇଛି।

ବୁଧବାର ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଜି ଅପରାହ୍ନରୁ ଗୁରୁବାର ସକାଳ ସାଢେ ୮ଟା ମଧ୍ୟରେ ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ହେବ। କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ରେ ପବନର ବେଗ ରହିବ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର। ଏହାଛଡା ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ମଧ୍ୟ ରହିଛି। ସେଥିପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ରହିଛି।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ଓ ବଜ୍ରପାତ ସମ୍ଭାବନା ଅଧିକ ଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button