କାଳବୈଶାଖୀ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ଵର : ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, ‌କନ୍ଧମାଳ ଓ ରାୟଗଡ଼ା। କାଳବୈଶାଖୀ ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବ। ସେଥିପାଇଁ ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ଠାରୁ ୩୦ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବିଜୁଳି-ଘଡ଼ଘଡ଼ିର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.