କାଳବୈଶାଖୀ ପାଇଁ ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ସେଥିପାଇଁ ଏସବୁ ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସାଢେ ଗୋଟାଏରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅନେକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ହୋଇପାରେ।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଧିକ ରହିଛି। ଏପରିକି କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button