କାଳବୈଶାଖୀ ପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର : ରାଜ୍ୟର ୮ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଏସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ୫୦ରୁ ୬୦ କିମି ବେଗରେ ପବନ ବହିବ। ତେଣୁ ଗଛ ଓ କଚ୍ଚାଘର ଆଦି ଭାଙ୍ଗିବାର ସମ୍ଭାବନା ରହିଛି। ସଜାଗ ରହିବା ପାଇଁ ସ୍ଵତନ୍ତ୍ର ରିଲିଫ୍‌ କମିସନର୍‌ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଅପରପକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତି କମିଛି। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ହ୍ରାସ ପାଇବ ବୋଲି ପୂର୍ବନୁମାନ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button