କାଳବୈଶାଖୀ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର : ରାଜ୍ୟର ୧୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭାଗ ପୂର୍ବାନୁମାନ କରିଛି।
ରବିବାର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ସେଥିପାଇଁ ଏସବୁ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୪ ତାରିଖରୁ ୫ ତାରିଖ ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ସୁବର୍ଣ୍ଣପୁର, ସମ୍ବଲପୁର, ଦେଓଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ଗଜପତି, ବଲାଙ୍ଗୀର, ନୂଆପଡ଼ା, ଝା୍ରସୁଗୁଡ଼ା ଓ ବୌଦ୍ଧ ଆଦି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି କୁହାଯାଇଛି।