କାଳବୈଶାଖୀ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟର ୫ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।
ଶୁକ୍ରବାର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ବିଜୁଳି, ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ବହିବ। ସେହିପରି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ଭଦ୍ରକ, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା କୁହାଯାଇଛି।
ଶନିବାର ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଏହାଛଡା କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଞ୍ଜନ, କନ୍ଧମାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।