କଳାହାଣ୍ଡି : ୨୦୮୫ କୋଟିର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ କଳାହାଣ୍ଡି ଆଜି ବିକାଶର ମଡେଲ ଭାବେ ଛିଡ଼ା ହୋଇଛି। ଧାନ ଉତ୍ପାଦନରେ ଏହି ଜିଲ୍ଲା ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଉଛି। ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି କଳାହାଣ୍ଡି ଏକାକି ସେତିକି ଚାଉଳ ଯୋଗାଉଛି।

ଗୁରୁବାର ମୁଖ୍ୟମନ୍ତ୍ରୀ ୫୪ଟି ପ୍ରକଳ୍ପର ଉଦ୍‌ଘାଟନ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। କୃଷି କ୍ଷେତ୍ରରେ କଳାହାଣ୍ଡି ଜିଲ୍ଲା ବିକାଶର ଉଚ୍ଚପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିପାରିଛି। କଳାହାଣ୍ଡିର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ ଦୃଢ ଇଚ୍ଛା ଶକ୍ତି, ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ ଏହା ହୋଇପାରିଛି। ଧାନ ସଂଗ୍ରହ ଋତୁରେ କଳାହାଣ୍ଡିର ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୨୦୦ କୋଟି ଟଙ୍କା ଦିଆଯାଇଛି। ଜଳସେଚନ ସୁବିଧା ୩ ଗୁଣ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଭଲ କାମ ଲାଗି ପାଇଁ କଳାହାଣ୍ଡି ସାରା ଦେଶରେ ଶ୍ରେଷ୍ଠ ଜିଲ୍ଲା ହୋଇଥିବା ବେଳେ ମାଛ ଚାଷ ପାଇଁ ମଧ୍ୟ ଶ୍ରେଷ୍ଠ ଜିଲ୍ଲାର ମର୍ଯ୍ୟାଦା ଲାଭ କରିଛି ।

ମତାମତ ଦିଅନ୍ତୁ ।