ଚଳିତ ଶିକ୍ଷା ବର୍ଷରୁ କାର୍ଯ୍ୟକ୍ଷମ ହେବ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ

ଭୁବନେଶ୍ଵର : ଚଳିତ ଶିକ୍ଷାବର୍ଷରୁ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାଠାରେ ସ୍ଥାପିତ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ରାଜ୍ୟ ସରକାର ଏହି ମେଡିକାଲ କଲେଜ ଓ ହସ୍ପିଟାଲର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ୱାଧୀନତା ସଂଗ୍ରାମୀ ଆଦିବାସୀ ନେତା ଶହୀଦ ରେଣ୍ଡୋ ମାଝୀଙ୍କ ନାଁରେ ନାମିତ କରିଛନ୍ତି।

୨୦୨୩-୨୪ ଶିକ୍ଷାବର୍ଷରୁ ଏହି ମେଡିକାଲ କଲେଜ ଓ ହସ୍ପିଟାଲରେ ୧୦୦ଟି ଏମବିବିଏସ୍ ସିଟରେ ନାମ ଲେଖା ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କୁ ନ୍ୟାସନାଲ ମେଡିକାଲ କାଉନସିଲ ଗତ ଏପ୍ରିଲ ୧୧ ତାରିଖରେ ଅନୁମତି ଦେଇଛନ୍ତି। ଫଳରେ ରାଜ୍ୟରେ ସରକାରୀ ମେଡିକାଲ କଳେଜ ଓ ହସ୍ପିଟାଲ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *

Back to top button