ବାହାନଗା ଟ୍ରେନ ଦୁର୍ଘଟଣାର କାରଣ ଜଣାପଡ଼ିଲା

ବାଲେଶ୍ୱର : ବାହାନଗା ଟ୍ରେନ ଦୁର୍ଘଟଣାର ମୂଳ କାରଣ ହେଉଛି ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମରେ ପରିବର୍ତ୍ତନ। ଏଥିପାଇଁ ଦାୟୀ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି।

ରବିବାର ଗଣମାଧ୍ୟମକୁ ରେଳମନ୍ତ୍ରୀ କହିଛନ୍ତି ବାହାନଗା ଟ୍ରେନ ଦୁର୍ଘଟଣାର ତଦନ୍ତ ଶେଷ ହୋଇଛି। ରେଳ ସେଫ୍ଟି କମିଶନର ତଦନ୍ତ କରିଛନ୍ତି। ସେ ସମ୍ପର୍କରେ ଏବେ କିଛି କହିବା ଠିକ ହେବ ନାହିଁ। ଆମେ ସମସ୍ତେ ତଦନ୍ତ ରିପୋର୍ଟକୁ ଅପେକ୍ଷା କରିବା। ତେବେ ଦୁର୍ଘଟଣାର କାରଣ ଜଣାପଡ଼ିବ ସହିତ ଏଥିପାଇଁ କେଉଁମାନେ ଦାୟୀ ସେମାନଙ୍କୁ ଚିହ୍ନଟ କରାଯାଇଛି। ସେ କହିଲେ କବଚର ଏହି ଦୁର୍ଘଟଣା ସହିତ କିଛି ସଂପର୍କ ନାହିଁ। ଏହି ଘଟଣା ସପୂର୍ଣ୍ଣ ଅଲଗା। ଏଥିରେ ପଏଣ୍ଟ ମେସିନର ଓ ଇଲେକ୍ଟ୍ରୋନିକ ଇଣ୍ଟରଲକିଂର କଥା ଆସିଛି। ଇଲେକ୍ଟ୍ରୋନିକ ଇଣ୍ଟରଲକିଂରେ ପରିବର୍ତ୍ତନ ଯୋଗୁ ଏହି ଦୁର୍ଘଟଣା ଘଟିଛି। ଯେଉଁମାନେ ଏଥିପାଇଁ ଦାୟୀ ତାହା ତଦନ୍ତ ରିପୋର୍ଟ ଆସିବା ପରେ ଜଣାପଡ଼ିବ।

ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲି ଦୁର୍ଘଟଣାସ୍ଥଳ ପରିଦର୍ଶନରେ ଆସିଥିଲେ। ତାଙ୍କ ନିର୍ଦ୍ଦେଶ ଅନୁଯାୟୀ ମରାମତି କାମ ଜୋରସୋରରେ ଚାଲିଛି। ଗୋଟିଏ ଟ୍ରାକର ମରାମତି କାମ ପ୍ରାୟ ଶେଷ ହୋଇଯାଇଛି। ବିଦ୍ୟୁତୀକରଣ କାମ ଚାଲିଛି। ଆଜି ଗୋଟିଏ ଟ୍ରାକକୁ ସ୍ୱାଭାବିକ କରିବାକୁ ପ୍ରୟାସ କରାଯାଉଛି। ଦୁର୍ଘଟଣାଗ୍ରସ୍ତ ଟ୍ରେନ ଗୁଡ଼ିକର ବଗିଗୁଡ଼ିକୁ ରେଳ ଧାରଣାରୁ ହଟାଇ ଦିଆଯାଇଛି। ସମସ୍ତ ମୃହଦେହକୁ ଉଦ୍ଧାର କରାଯାଇସାରିଛି। ବୁଧବାର ସକାଳ ସୁଦ୍ଧା ପୁନରୁଦ୍ଧାର କାର୍ଯ୍ୟ ଶେଷ କରି ଏହି ରୁଟ୍‌ରେ ଟ୍ରେନ ଚଳାଚଳ ସ୍ୱାଭାବିକ କରିବାକୁ ଚେଷ୍ଟା ଜାରି ରହିଛି।

Leave a Reply

Your email address will not be published. Required fields are marked *

Back to top button