Breaking Newsରାଜ୍ୟ

କରୋନା ନେଲା ପୁଣି ଦୁଇଜଣଙ୍କ ମୁଣ୍ଡ

ଭୁବନେଶ୍ୱର : ରାଜ୍ୟରେ ଆଜି ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ଏହି ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିପରି ଗୁରୁବାର ୪୯୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭୨ଜଣ ସ୍ଥାନୀୟ ଅଞ୍ଚଳର। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ସଙ୍କ୍ରମିତଙ୍କ ସଂଖ୍ୟା ୧୫,୩୯୨ ରେ ପହଞ୍ଚିଛି। ସୂଚନା ଓ ଲୋକସଂପର୍କ ବିଭାଗ ସୂଚନାରୁ ଏହା ଜଣାପଡିଛି।

ଆଜି ବିଭାଗ ଦେଇଥିବା ୨୩ଟି ଜିଲ୍ଲାର ତଥ୍ୟ ଅନୁଯାୟୀ ଗଞ୍ଜାମ ଜିଲ୍ଲାରୁ ୨୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୧ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୮ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୫, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୬୪ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ଜଣ, ମୟୂରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ ଓ ସୁନ୍ଦରଗଡ଼ରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।

ମତାମତ ଦିଅନ୍ତୁ ।

Back to top button