କରୋନାରେ ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱ : ରାଜ୍ୟରେ ଆଜି ଆଉ ୧୦ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମଙ୍ଗଳବାର ତଥ୍ୟ ଅନୁଯାୟୀ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ ମୃତ୍ୟୁ ବରଣ କରିଥିବା ବେଳେ ପୁରୀ, ବାଲେଶ୍ୱର, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ମତାମତ ଦିଅନ୍ତୁ ।