କଟକ ଫ୍ୟାମିଲି କୋର୍ଟରେ ଚାଲିବ ଅନୁଭବ-ବର୍ଷା ବିବାଦ ମାମଲା

କଟକ : ଓଲିଉଡ ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଏଣିକି କଟକରେ ହେବ। ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ ମାମଲା କଟକ ଫ୍ୟାମିଲି କୋର୍ଟରେ ଚାଲିବ। ଏହି ମାମଲା ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ପରେ ବର୍ଷାଙ୍କ ଓକିଲ କ୍ରିଷ୍ଣା କୁମାର ଏନେଇ ସୂଚନା ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ ବୋଲି ଦର୍ଶାଇ ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ବର୍ଷା କରିଥିବା ଆବେଦନକୁ ବିଚାର କରି ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button