କେନ୍ଦ୍ରାପଡା : ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି

କେନ୍ଦ୍ରାପଡା : ରାଷ୍ଟ୍ର ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ଅମର ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି:ଙ୍କ ଆହ୍ୱାନକ୍ରମେ ଦେଶବ୍ୟାପୀ ‘ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ‘ମାଟିକୁ ପ୍ରଣାମ ଓ ବୀରଙ୍କୁ ବନ୍ଦନା’ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ଦେଶର ପ୍ରତି ଗାଁ, ପଂଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଂଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି। ଏହି କ୍ରମରେ ଓଡ଼ିଶାରେ ମଧ୍ୟ ସହିଦ ଓ ବଳିଦାନ ଦେଇଥିବା ବୀରମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ “ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମ ଆୟୋଜିତ ହେଉଛି।
ଶୁକ୍ରବାର କେନ୍ଦ୍ରାପଡା ଜିଲ୍ଲା ଆଳି ନିର୍ବାଚନ ମଣ୍ଡଳୀର ଯୁବମୋର୍ଚ୍ଚା ପକ୍ଷରୁ ଆୟୋଜିତ “ମୋ ମାଟି ମୋ ଦେଶ” କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ମନମୋହନ ସାମଲ ଯୋଗ ଦେଇଥିଲେ। ଶ୍ରୀ ସାମଲ ସୁବାସ ଚନ୍ଦ୍ର ବୋଷଙ୍କ ପ୍ରତିମୂତିରେ ମାଲ୍ୟାର୍ପଣ କରିବା ସହ ବାଇକ ରାଲିରେ ଯୋଗ ଦେଇଥିଲେ। ଏହାପରେ ପରାସ ଗାଁର ସହିଦ ଗୋପବନ୍ଧୁ ବିଶ୍ୱାଳଙ୍କ ପରିବାକୁ ସମ୍ବର୍ଦ୍ଧନା କରିବା ସହ କଳସରେ ମାଟି ସଂଗ୍ରହ କରିଥିଲେ। ଏହି ମାଟି ଦିଲ୍ଳୀ ଯିବ। ସେଠାରେ ସହିଦଙ୍କ ପାଇଁ ଏକ ବଡ ସ୍ମାରକୀ ହେବ ବୋଲି ଶ୍ରୀ ସାମଲ କହିଛନ୍ତି।
ଏହି ଅବସରରେ କେନ୍ଦ୍ରାପଡାର ଜିଲ୍ଲା ସଭାପତି କିଶୋର ପଣ୍ଡା, ରାଜ୍ୟ ସାଧାରଣ ସମ୍ପାଦକ ଡ.ଯତୀନ ମହାନ୍ତି, ରାଜ୍ୟ ମୁଖପାତ୍ର ତେଜେଶ୍ୱର ପରିଡା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ପୂର୍ବତନ ବିଧାୟକ ଦୋଳ ଗୋବିନ୍ଦ ନାୟକ, ବିଷ୍ଣୁ ଦାସ, ଓବିସି ମୋର୍ଚ୍ଚା ରାଜ୍ୟ ସମ୍ପାଦକ ଦୁର୍ଗା ପ୍ରସାଦ ନାୟକ, ବିଧାନସଭା ସଂଯୋଜକ ରଶ୍ମିରଞ୍ଜନ ଦେହୁରା, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିନ୍ଦୁ ସାଗର ଦାସ ପ୍ରମୁଖଙ୍କ ସମେତ ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ।