କେନ୍ଦ୍ରୀୟ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ : ଦୀପାବଳି ପୂର୍ବରୁ କେନ୍ଦ୍ରୀୟ କର୍ମଚାରୀ ଓ ପେନ୍ଭୋଗୀଙ୍କ ମହଙ୍ଗା ଭତ୍ତା ବଢ଼ିଲା। କେନ୍ଦ୍ର କ୍ୟାବିନେଟରେ ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଫଳରେ ଏକ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହୋଇପାରିବେ।
ସୂଚନାଯୋଗ୍ୟ ଚଳିତ ବର୍ଷ ଜୁଲାଇରେ ସରକାର ମହଙ୍ଗା ଭତ୍ତାକୁ ୧୧ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି କରିଥିଲେ। ଏହାପୂର୍ବରୁ ୧୭ ପ୍ରତିଶତ ହାରରେ ଦିଆଯାଉଥିଲା। ପୁଣି ୩ ପ୍ରତିଶତ ବଢ଼ିବା ଦ୍ୱାରା ମହଙ୍ଗା ଭତ୍ତା ୩୧ ପ୍ରତିଶତକୁ ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ବୃଦ୍ଧି ହେବା ସହିତ ଅନ୍ୟାନ୍ୟ ଭତ୍ତା ମଧ୍ୟ ବୃଦ୍ଧି ପାଇବ। ଏଥିରେ ଟିଏ ଏବଂ ସିଏ ମଧ୍ୟ ସାମିଲ ଅଛି। ଏଥି ସହିତ ଅବସର ପାଇଁ ପ୍ରୋଭିଡେଣ୍ଟ ପଣ୍ଡ ଏବଂ ଗ୍ରାଚ୍ୟୁଟିରେ ବୃଦ୍ଧି ହେବ।


























