କୋଭିଡ ହସ୍ପିଟାଲ ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ

କଟକ : ଜଗତପୁରସ୍ଥିତ ସଦଗୁରୁ କୋଭିଡ-୧୯ ହସ୍ପିଟାଲରେ ଆଜି ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ୱ କମିସନର ଅନିଲ କୁମାର ସାମଲ କହିଛନ୍ତି କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହାର ତଦନ୍ତ କରାଯିବ। ତେବେ ପ୍ରାଥମିକତା ଭିତ୍ତିରେ ଗୁରୁତର ରୋଗୀଙ୍କୁ ଅଶ୍ୱିନୀ, ସମ ହସ୍ପିଟାଲ, ଏସସିବି ଓ ଭେଣ୍ଟିଲେଟ ବ୍ୟବସ୍ଥା ଥିବା ବିଭିନ୍ନ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ପ୍ରାଥମିକ ତଦନ୍ତରୁ ଜଣାପଡିଛି ହସ୍ପିଟାଲର ଆଇସିୟୁରୁ ପ୍ରଥମେ ନିଆଁ ଲାଗିଥିଲା। ପ୍ରଥମେ ଏସିରୁ ଧୂଆଁ ବାହାରିବା ପରେ ରୋଗୀମାନଙ୍କୁ ଆଇସିୟୁରୁ ସ୍ଥାନାନ୍ତର ଆରମ୍ଭ ହୋଇଥିଲା। ଏହି ଘଟଣାରେ କେହି ମୃତାହତ ହୋଇଥିବା ସୂଚନା ମିଳିନି। ଘଟଣାସ୍ଥଳରେ କଟକ ଜିଲ୍ଲାପାଳ, ପୋଲିସ କମିସନର, ଡିସିପି ଓ ସିଏମସି କମିସନର ପ୍ରମୁଖ ଉପସ୍ଥିତ ଅଛନ୍ତି।

ମତାମତ ଦିଅନ୍ତୁ ।