କୋଭିଡ୍ ସଂକ୍ରମଣ ରୋକିବାକୁ ବ୍ୟାପକ ବ୍ୟବସ୍ଥା ହୋଇଛି : ମୁଖ୍ୟ ସଚିବ

0

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏହା କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ସେ ସୂଚନା ଦୃଛନ୍ତି ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ କୋଭିଡ୍ ହସ୍ପିଟାଲରେ ଆବଶ୍ୟକ ବେଡ୍, ଆଇସିୟୁ ଓ ଅକ୍ସିଜେନର ବ୍ୟବସ୍ଥା କରାଯାଇଛି। ରାଉରକେଲା ଜେ ପି ହସ୍ପିଟାଲରେ ୨୫୦ଟି ବେଡ୍ କୋଭିଡ୍ ଚିକିତ୍ସା ପାଇଁ ରଖାଯାଇଛି। ସୁନ୍ଦରଗଡ଼ ଏନଟିପିସି ମେଡିକାଲ କଲେଜ ଓ ହସ୍ପିଟାଲରେ ଏହି ରୋଗୀଙ୍କ ପାଇଁ ୪୦୦ ଶଯ୍ୟା ରହିଛି।

ବୁଧବାର ମୁଖ୍ୟ ସଚିବ ଶ୍ରୀ ମହାପାତ୍ର, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର, ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ କୁମାର ମହାପାତ୍ର, ଡିଏମଇଟି ଡାକ୍ତର ସିବିକେ ମହାନ୍ତିଙ୍କ ସହିତ ସୁନ୍ଦରଗଡ଼ ଗସ୍ତରେ ଆସିଥିଲେ। ଏହି ଅବସରରେ ସେମାନେ ରାଉରକେଲା ସହର ଓ ସୁନ୍ଦରଗଡ଼ ଜିଲ୍ଲାର କୋଭିଡ୍ ସ୍ଥିତି ଓ ଏହାର ପରିଚାଳନା ପାଇଁ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି।

ଏହି ଉଚ୍ଚସ୍ତରୀୟ ଟିମ୍ ରାଉରକେଲାରେ ଜେ ପି କୋଭିଡ୍ ହସ୍ପିଟାଲ ପରିଦର୍ଶନ କରିବା ସହିତ ହାଇଟେକ୍ କୋଭିଡ୍ ହସ୍ପିଟାଲ, ଶାନ୍ତି ମେମୋରିଆଲ କୋଭିଡ୍ ହସ୍ପିଟାଲ, ଏନଟିପିସି କୋଭିଡ୍ ସେଣ୍ଟରରେ ଉପଲବ୍ଧ ଚିକିତ୍ସା ସୁବିଧା, ଉପକରଣ ଓ ଔଷଧପତ୍ର ଆଦି ବିଷୟରେ ସମୀକ୍ଷା କରିଥିଲେ। ରାଉରକେଲା ମହାନଗର ନିଗମର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଓ ଜିଲ୍ଲାସ୍ତରୀୟ ଅଧିକାରୀମାନେ କୋଭିଡ୍ ସମ୍ପର୍କିତ କ୍ଷେତ୍ର ସ୍ତରୀୟ ସ୍ଥିତି ଓ ତଥ୍ୟ ଉପାସ୍ଥାପନ କରିଥିଲେ।

Leave A Reply

Your email address will not be published.