ବିନୋଦ ମହାପାତ୍ର କୋରାପୁଟ କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ନିଯୁକ୍ତ
ଭୁବନେଶ୍ୱର : କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ଗଣମାଧ୍ୟମ ବିଭାଗକୁ ଅଧିକ କ୍ରୀୟାଶିଳ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ରୂପକ ତୁରୁକଙ୍କ ସ୍ଥାନରେ ବିନୋଦ ମହାପାତ୍ରଙ୍କୁ କୋରାପୁଟ ଜିଲ୍ଲା କଂଗ୍ରେସ କମିଟିର ମୁଖ୍ୟ ମୁଖପାତ୍ର ଭାବରେ ନିଯୁକ୍ତି ଦେଇଛନ୍ତି। ପ୍ରଦେଶ କଂଗ୍ରେସ ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦେଇଛନ୍ତି।