କ୍ରସରରେ ବିସ୍ଫୋରଣ : ୨ ମୃତ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡି-ନାଇଡୁପଲ୍ଲୀ ନିକଟରେ ଥିବା ଏକ କ୍ରସରରେ ବଡ ଧରଣର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ବିସ୍ଫୋରଣ ପରେ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଗଚ୍ଛିତ ଥିବା ବିସ୍ଫୋରକ ଏହି ବିସ୍ଫୋରଣର କାରଣ ବୋଲି କୁହାଯାଉଛି।

Leave a Reply

Your email address will not be published. Required fields are marked *

Back to top button