କୁମ୍ଭମେଳା ପ୍ରତୀକାତ୍ମକ ହେବା ଉଚିତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : କୋଭିଡ୍‌-୧୯ ବିରୋଧରେ ସଂଗ୍ରାମ ଚାଲିଛି। ଏହି ଲଢେଇରେ ଭାରତକୁ ବିଜୟୀ କରିବା ଲାଗି ସହଯୋଗ କରିବା ଆବଶ୍ୟକ। ସେଥିପାଇଁ କୁମ୍ଭମେଳାକୁ ପ୍ରତୀକାତ୍ମକ କରିବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗରିକମାନଙ୍କୁ ନିବେଦନ କରିଛନ୍ତି।

ଶନିବାର ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ପୂଜ୍ୟ ସ୍ୱାମୀ ଅବଧେଶାନନ୍ଦ ଗିରିଜୀଙ୍କ ସହିତ ଫୋନ୍‌ରେ କଥାବାର୍ତ୍ତା କରିଛି। ସବୁ ସନ୍ଥମାନଙ୍କର ସ୍ୱାସ୍ଥ୍ୟାବସ୍ଥା କଥା ଜାଣିଲି। ସମସ୍ତ ସନ୍ଥ ପ୍ରଶାସନକୁ ସବୁ ପ୍ରକାରର ସହଯୋଗ କରୁଛନ୍ତି। ଏଥିନିମନ୍ତେ ମୁଁ ସନ୍ଥମାନଙ୍କ ପ୍ରତି କୃତଜ୍ଞ। ମୋର ବିନୀତ ନିବେଦନ ଦୁଇଟି ଶାହୀ ସ୍ନାନ ସମାପନ ହୋଇସାରିଛି। କରୋନା ସଙ୍କଟ ଚାଲିଥିବାରୁ ଏଥର କୁମ୍ଭକୁ ପ୍ରତୀକାତ୍ମକ ହିଁ ରଖାଯାଉ। ଏହାଦ୍ୱାରା ଏହି ସଙ୍କଟ ସହ ଲଢ଼ିବା ପାଇଁ ଶକ୍ତି ମିଳିବ।

Leave a Reply

Your email address will not be published. Required fields are marked *

Back to top button