ଲଘୁଚାପ ଘନୀଭୂତ : ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଉପକୂଳରେ ଅବସ୍ଥିତ ରହିଛି। ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଅଛି ଏହି ୫ଟି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଭୂ-ସ୍ଖଳନ, ଅକସ୍ମାତ୍‌ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିଯିବା, କଚ୍ଚା ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା ଭଳି ଦୁର୍ବିପାକର ଆଶଙ୍କା ତାହିଛି। ତେଣୁ ସତର୍କ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଜାରି କରାଯାଇଛି। ଏହାଛଡା ରାୟଗଡା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ଯାଜପୁର ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ଏ ସମସ୍ତ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

ମତାମତ ଦିଅନ୍ତୁ ।