ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା,୧୧ରୁ ବର୍ଷିବ

ଭୁବନେଶ୍ୱର : ଆସନ୍ତାକାଲି କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବା ବେଳେ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବ। ଏହାର ପ୍ରଭାବରେ ୧୩ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଗୁରୁବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ, ଆଭ୍ୟନ୍ତରୀଣ ତଥା ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ-କେନ୍ଦ୍ରୀୟ ତତ-ସଙ୍ଗଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ ପବନ ହେବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ମଝିରେ ମଝିରେ ପବନର ବେଗ ୬୦ କିମି ରହିପାରେ। ତେଣୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।