ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା

ଭୁବନେଶ୍ଵର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି। ସରକାର ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହାଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍‌ଭୋଗୀ ଉପକୃତ ହେବେ। ସୂଚନାଯୋଗ୍ୟ ମହଙ୍ଗା ଭତ୍ତା ୪୨ ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି ହୋଇଛି। ଏହା ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କ ପାଇଁ ୪ ପ୍ରତିଶତ ମହଙ୍ଗା ଭତ୍ତା କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button