ମହିଳା ଓ ନାବାଳିକାଙ୍କୁ ସୁରକ୍ଷା ଯୋଗାଇବ ମହିଳାମୋର୍ଚ୍ଚା

ଭୁବନେଶ୍ୱର : ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ଭାବେ ଶ୍ରୀମତୀ ସ୍ମୃତି ପଟ୍ଟନାୟକ ଆଜି କାର୍ଯ୍ୟଭାର ସମ୍ଭାଳିଛନ୍ତି। ପୂର୍ବତନ ମହିଳା ମୋର୍ଚ୍ଚା ସଭାନେତ୍ରୀ ତଥା ଉପସଭାପତି ଶ୍ରୀମତୀ ପ୍ରଭାତି ପରିଡା ଆନୁଷ୍ଠାନିକ ଭାବେ ତାଙ୍କୁ କାର୍ଯ୍ୟଭାର ଅର୍ପଣ କରିଥିଲେ। ମହିଳା ମୋର୍ଚ୍ଚା କାର୍ଯ୍ୟକର୍ତ୍ତାମାନେ ଶ୍ରୀମତୀ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧନା ଜଣାଇଥିଲେ।

ଏହି ଅବସରରେ ଶ୍ରୀମତୀ ପଟ୍ଟନାୟକ କହିଲେ ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାଁନ୍ତି। ପ୍ରତିଦିନ ଅସଦାଚାରଣ ଘଟଣା ସାମ୍ନାକୁ ଆସୁଛି। ଅନେକ ଯୋଜନା ମହିଳାଙ୍କ ପାଇଁ ଲାଗୁ ହୋଇଥିଲେ ମଧ୍ୟ ସେମାନେ ସେମାନଙ୍କ ଅଧିକାରରୁ ବଂଚିତ ରହୁଛନ୍ତି। ଏହି ପରିପ୍ରେକ୍ଷୀରେ ଆଗାମୀ ଦିନରେ ମହିଳା ସଙ୍ଗଠନକୁ ତୃଣମୂଳ ସ୍ତରରେ ସଶକ୍ତ କରିବା, ମହିଳା ଓ ନାବାଳିକାଙ୍କୁ ସୁରକ୍ଷା ଯୋଗାଇବା ଦିଗରେ କାର୍ଯ୍ୟ କରିବା ସହ ମୋଦି ସରକାରଙ୍କ ମହିଳା କଲ୍ୟାଣ ଯୋଜନା ଗୁଡିକୁ ରାଜ୍ୟର ମହିଳାଙ୍କ ପାଖରେ ପହଂଚାଇବାକୁ ପ୍ରାଥମିକତା ଦିଆଯିବ। ଏହି କାର୍ଯ୍ୟକ୍ରମରେ ଉପସଭାନେତ୍ରୀ ଅନୀତା ଶୁଭଦର୍ଶିନୀ, ରାଜ୍ୟ ମୁଖପାତ୍ର ସୋନାଲି ସାହୁ, ଉପସଭାନେତ୍ରୀ କାନନବାଳା ପଟ୍ଟନାୟକ, ଐଶ୍ୱର୍ଯ୍ୟା ବିଶ୍ୱାଳ, କସ୍ତୁରୀ ମିଶ୍ର, ଇରାନୀ ରାୟ, ସୁବାସିନୀ ପୃଷ୍ଟି, ପଦ୍ମାବତୀ ଜେନା, ତୃପ୍ତି ମକଦ୍ଦମା, ଉନ୍ନତି ପରିଡା ଓ ଶଶୀ ରଥଙ୍କ ସମେତ ମହିଳା କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

ମତାମତ ଦିଅନ୍ତୁ ।